Odisha Link
Bridging the Missing Links in Odisha

ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ଦାୟିତ୍ବ

ଓଏଲ୍‌ ବ୍ୟୁରୋ: ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହୋଇଛନ୍ତି ବରିଷ୍ଠ ଆଇଏଏସ ଅଧିକାରୀ ଅରବିନ୍ଦ ପାଢ଼ୀ। ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏବେ ସେ କୃଷି ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ଏହି ଦାୟିତ୍ବ ସହ ସେ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ଭାବେ ମଧ୍ଯ କାମ କରିବେ। ଅରବିନ୍ଦ ପୂର୍ବରୁ ୨୦୧୪ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ରହିଥିଲେ।