Odisha Link
Bridging the Missing Links in Odisha

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ପୂର୍ବାନୁମାନ ମୁତାବକ ରାଜ୍ୟରେ ୧୬ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବାର ସମ୍ଭାବନା କରାଯାଇଛି। ଏନେଇ ପାଣିପାଗ ବିଭାଗ ତରଫରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ରହିଛି।