Odisha Link
Bridging the Missing Links in Odisha

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, ବିଭିନ୍ନ ଶୈବ ପୀଠରେ କାଉଡ଼ିଆଙ୍କ ଭିଡ଼

ଓଏଲ୍‌ ବ୍ୟୁରୋ: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଯେଉଁଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ଶୈବପୀଠ। ରାଜ୍ୟରେ ଥିବା ଶିବ ମନ୍ଦିର ଗୁଡ଼ିକରେ ସକାଳୁ ସକାଳୁ କାଉଡ଼ିଆଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ବିଶେଷ କରି ରାଜଧାନୀ ଭୁବନେଶ୍ବରରେ ଥିବା ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ପ୍ରବଳ ଭିଡ଼ ପରିଲିକ୍ଷିତ କରାଯାଇଛି।

ବିଭିନ୍ନ ନଦୀ ଘାଟରୁ ପାଣି ଉଠାଇ କାଉଡ଼ିଆମାନେ ଏକାମ୍ର କ୍ଷେତ୍ରକୁ ଛୁଟି ଆସିଛନ୍ତି। ମହାନଦୀର କଟକ ଗଡ଼ଗଡ଼ିଆ ଘାଟ ସମେତ ଅନ୍ୟ ନଦୀ ଘାଟରୁ ଜଳଭାର ନେଇ କାଉଡ଼ିଆମାନେ ଏକାମ୍ର କ୍ଷେତ୍ର‌ରେ ପହଞ୍ଚିଛନ୍ତି। କାଉଡ଼ିଆଙ୍କର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା, ଅପ୍ରୀତିକର ପରିସ୍ଥିତିକୁ ରୋକିବା ଲାଗି କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।