Odisha Link
Bridging the Missing Links in Odisha

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ଗୃହରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜିଠାରୁ (ସୋମବାର) ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ଦୁଇଟି ପର୍ଯ୍ୟାୟରେ ସେ‌ପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା। ବିଜେପି ରାଜ୍ୟରେ କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ମୋହନ ସରକାର। ଆଜି ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳ ଅଭିଭାଷଣରୁ ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଗୃହରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ।

ଜୟ ଜଗନ୍ନାଥ କହି ରାଜ୍ୟପାଳ ଅଭିଭାଷଣ ରଖି କହିଛନ୍ତି, ମୋର ସରକାର ନିରପେକ୍ଷତାର ସହ କାମ କରିବ। ମୋ ସରକାର ଓଡ଼ିଶାର ବିକାଶ କରିବ। ଯୁବକଙ୍କୁ ରୋଜଗାର ମୋ ସରକାରର ପ୍ରାଥମିକତା। ଯେଉଁ ପ୍ରତିଶ୍ରୁତି ଦିଆଯାଇଛି, ତାହା ପୂରଣ କରାଯିବ। ସରକାର ଗଠନ ହେବା ମାତ୍ରେ କିଛି ପ୍ରତିଶ୍ରୁତି ପୂରଣ ହୋଇଛି। ଜଗନ୍ନାଥ ସଂସ୍କୃତି, ଓଡ଼ିଆ ଅସ୍ମିତା ପାଇଁ କାମ କରିବୁ। ଓଡ଼ିଶା ଭାରତର ବାଜରା ହବ ହେବ। କୃଷକଙ୍କ ଉନ୍ନତି ପାଇଁ ମୋ ସରକାର ବ୍ୟବସ୍ଥା କରିବ। କୃଷକଙ୍କୁ ସଶକ୍ତ କରିବା ପାଇଁ ପିଏମ୍‌ କିଷାନ ଲାଗୁ କରିବୁ। ମତ୍ସ୍ୟଚାଷ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।