ଚାଷୀଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଭେଟି, ଧାନର ଏମ୍ଏସପି ୩୧୦୦ ଟଙ୍କାକୁ ବୃଦ୍ଧି

ଓଏଲ୍ ବ୍ୟୁରୋ: ଆଜି ବିଧାନସଭାରେ ୨୦୨୪-୨୫ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ସରକାରଙ୍କ ଅର୍ଥମନ୍ତ୍ରୀ ଭାବେ ମୋହନ ମାଝୀ ଖୋଦ ବଜେଟ ଉପସ୍ଥାପନା କରୁଛନ୍ତି। ୨୦୨୪-୨୦୨୫ ଆର୍ଥିକ ବର୍ଷ ପାଇଁ ମୋହନ ସରକାର ୨.୬୫ ଲକ୍ଷ କୋଟିର ବଜେଟ ବିଧାନସଭାରେ ଆଗତ କରିଛନ୍ତି। ଏହି ଅବସରରେ ଓଡ଼ିଆ ଅସ୍ମିତା ଆମର ପରିଚୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଧାନର ଏମଏସପି ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ୩୧୦୦ ଟଙ୍କାରେ ଖରିଫ ଓ ରବି ଧାନ କିଣିବାକୁ ବଜେଟରେ ବ୍ୟୟ ବରାଦ ହୋଇଛି। ସମୃଦ୍ଧ କୃଷକ ଯୋଜନା ପାଇଁ ୫୦୦୦ କୋଟି ବ୍ୟୟ ବରାଦ ହୋଇଛି। କୁଇଣ୍ଟାଲ ପିଛା ୮୦୦ ଟଙ୍କା ବୋନସ ଦେବେ ସରକାର।