Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 

ଓଏଲ୍‌ ବ୍ୟୁରୋ: ପୁଣି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଓ ତତସଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା କରାଯାଉଛି। ଲଘୁଚାପ ପ୍ରଭାବରେ ୨୮ରୁ ୩୧ ତାରିଖ ଯାଏଁ ପ୍ରବଳ ବର୍ଷିବାର ସମ୍ଭାବନା ଥିବାବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୨୮ରେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି।

କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୯ରେ ବର୍ଷା ହେବା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଆଗାମୀ ୪୮ ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।