ଓଡ଼ିଶାକୁ ଗର୍ବିତ କରାଇଲେ ସୁଶ୍ରୀ ସଞ୍ଜୁକ୍ତା, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଓଡ଼ିଶାକୁ ଗର୍ବିତ କରିଛନ୍ତି ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ବାସ୍ଥ୍ୟ ସେବିକା ସୁଶ୍ରୀ ସଞ୍ଜୁକ୍ତା ସେଠୀ। ସ୍ବାସ୍ଥ୍ୟ କ୍ଷେତ୍ରରେ ଜୀବନକୁ ସମର୍ପିତ କରିଥିବା ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ବାସ୍ଥ୍ୟ ସେବିକା ସୁଶ୍ରୀ ସଞ୍ଜୁକ୍ତା ସେଠୀଙ୍କୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ୍ ପୁରସ୍କାରରେ ସମ୍ମାନିତ କରିଛନ୍ତି। ଓଡ଼ିଶାକୁ ଜାତୀୟ ସ୍ତରରେ ଗର୍ବିତ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଶ୍ରୀ ସଞ୍ଜୁକ୍ତା ସେଠୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି, ସ୍ବାସ୍ଥ୍ୟ କ୍ଷେତ୍ରରେ ଜୀବନକୁ ସମର୍ପିତ କରିଥିବା ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ବାସ୍ଥ୍ୟ ସେବିକା ସୁଶ୍ରୀ ସଞ୍ଜୁକ୍ତା ସେଠୀଙ୍କୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ୍ ପୁରସ୍କାରରେ ସମ୍ମାନିତ କରିଥିବାରୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ଆପଣଙ୍କ ତ୍ୟାଗ, ନିଷ୍ଠା ଏବଂ ଜନସେବା ମହିଳା ସଶକ୍ତିକରଣର ସର୍ବଶ୍ରେଷ୍ଠ ଉଦାହରଣ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଉଜ୍ଜ୍ଵଳ ଭବିଷ୍ୟତ କାମନା କରୁଛି।