ସଂସଦର ଶୀତ ଅଧିବେଶନ: ବୁଧବାର ଦିନ ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଓଏଲ୍ ବ୍ୟୁରୋ: ଆଜିଠୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହୋଇଛି। ସଂସଦର ଶୀତ ଅଧିବେଶନ ନଭେମ୍ବର ୨୫ରୁ ଆରମ୍ଭ ହୋଇ ଡିସେମ୍ବର ୨୦ ପର୍ଯ୍ୟନ୍ତ ଚାଲିବ। ସଂସଦର ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିଥିଲେ। ବିଧିବଦ୍ଧ ଭାବେ ସଂସଦର ଶୀତ ଅଧିବେଶନ ଆରମ୍ଭ ହୋଇଥିବାବେଳେ ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି। ଦିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଦିନ ୧୨ଟା ଯାଏଁ ସଂସଦର ଶୀତ ଅଧିବେଶନକୁ ସ୍ଥଗିତ ରଖାଯାଇଛି। ପୁଣି ଗୃହ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ଆରମ୍ଭ ହଟ୍ଟଗୋଳ କାରଣରୁ ବୁଧବାର ଦିନ ୧୧ଟା ଯାଏଁ ରାଜ୍ୟସଭା ଓ ଲୋକସଭାର ଗୃହ କାର୍ଯ୍ୟ ସ୍ଥଗିତ ରଖାଯାଇଛି।