Odisha Link
Bridging the Missing Links in Odisha

ଭୁବନେଶ୍ୱରରେ ଅଜିତ ଡୋଭାଲ, ଡିଜିପି ସମ୍ମିଳନୀରେ ଦେବେ ଯୋଗ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ପ୍ରଥମଥର ପାଇଁ ଡିଜି-ଆଇଜି ସମ୍ମିଳନୀ ଅନୁଷ୍ଠିତ ହେଉଛି। ଏଥିପାଇଁ ସମଗ୍ର ରାଜଧାନୀକୁ ସୁରକ୍ଷା ଆବରଣ ମଧ୍ୟରେ ରଖାଯାଇଛି। ରାଜ୍ୟରେ ପ୍ରଥମଥର ପାଇଁ ଡିଜି-ଆଇଜି ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ। ଡିଜିିପି ସମ୍ମିଳନୀରେ ଯୋଗ ଦେବାକୁ ଓଡିଶାରେ ପହଂଚିଛନ୍ତି ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ। ପରେ ପରେ ଗୃହମନ୍ତ୍ରୀ ଅମିତ ଶାହ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ପହଂଚିବାର କାର୍ଯ୍ୟସୂଚୀ ରହିଛି।