ମହାପ୍ରଭୁଙ୍କ ଦର୍ଶନ କଲେ ମହାମହିମ

ଓଏଲ୍ ବ୍ୟୁରୋ: ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ପୁରୀରେ ପହଞ୍ଚି ସମଙ୍ଗ ହେଲିପ୍ୟାଡ୍ରୁ ଶ୍ରୀମନ୍ଦିର ଅଭିମୁଖେ ଗଲେ ରାଷ୍ଟ୍ରପତି। ଶ୍ରୀମନ୍ଦିର ଯାଇ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ବଡ ଦାଣ୍ଡରେ ଚାଲିଚାଲି ଶ୍ରୀମନ୍ଦିର ଗଲେ ରାଷ୍ଟ୍ରପତି। ସାଙ୍ଗରେ ଅଛନ୍ତି ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ। ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି। ପରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେବେ।