ପ୍ରଫୁଲ୍ଲ ସାମଲଙ୍କୁ ନୂଆ ଦାୟିତ୍ୱ

ଓଏଲ୍ ବ୍ୟୁରୋ: ବିଜୁ ଜନତା ଦଳକୁ ହରାଇ ପ୍ରଥମ ଥର ପାଇଁ ରାଜ୍ୟ ଶାସନ ଗାଦିରେ ବସିଛି ଭାରତୀୟ ଜନତା ପାର୍ଟି। ଏସବୁ ମଧ୍ୟରେ ମୋହନ ସରକାରଙ୍କୁ ପୁରିଲାଣି ୫ ମାସ। ଅନ୍ୟପଟେ ବିରୋଧୀ ଆସନରେ ପ୍ରଥମଥର ପାଇଁ ବସିଥିବା ବିଜେଡି ପରାଜୟର କାରଣ ଖୋଜି ପାଉନାହିଁ। ଏସବୁ ଭିତରେ ବରିଷ୍ଠ ବିଜେଡି ନେତା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ନୂଆ ଦାୟିତ୍ବ ଦେଲା ବିଜୁ ଜନତା ଦଳ। ପ୍ରଫୁଲ୍ଲ ସାମଲଙ୍କୁ ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ଭାବେ ନିଯୁକ୍ତ କରାଯାଇଛି। ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ନିଯୁକ୍ତି ଦେଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ।