ରାଜ୍ୟ ନିର୍ବାଚନ କମିଶନର ଭାବେ ମଧୁସୂଦନ ପାଢ଼ୀଙ୍କୁ ନିଯୁକ୍ତି

ଓଏଲ୍ ବ୍ୟୁରୋ: ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର। ଅବସରପ୍ରାପ୍ତ ଆଇଏଏସ୍ ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର ହୋଇଛନ୍ତି। ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଏନେଇ ଆଜି ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ କମିଶନର ପଦ ଖାଲି ପଡ଼ିଥିଲା। ସେହିପରି ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିଛି। ସେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତ ହୋଇଛନ୍ତି।