Odisha Link
Bridging the Missing Links in Odisha

ଭିଜିଲାନ୍ସ ପଞ୍ଝାରେ କନିଷ୍ଠ ଯନ୍ତ୍ରୀ, ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ କନିଷ୍ଠ ଯନ୍ତ୍ରୀ। ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଆର୍ ଆଣ୍ଡ ବିର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ପିପିଲି ଓ ନୂଆପଡ଼ା ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ।

ଭିଜିଲାନ୍ସ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୭ ଜଣ ଡିଏସଏସପି, ୩ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଭୁବନେଶ୍ୱର, ପିପିଲି (ପୁରୀ), ଲିଙ୍ଗିପୁର, ଭୁବନେଶ୍ୱରର ୮ଟି ସ୍ଥାନରେ ଏକକାଳୀନ ଚଢ଼ଉ କରାଯାଉଛି।