ଅବପାତର ରୂପ ନେଲା ଲଘୁଚାପ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଓଏଲ୍ ବ୍ୟୁରୋ: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଅବପାତ। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତରେ ପରିଣତ ହୋଇ ପାରାଦୀପଠୁ ୧୯୦କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଉତ୍ତର ଆଡ଼କୁ ଗତିକରି ଗଭୀରଅବପାତର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ପ୍ରଭାବରେ ରାଜ୍ୟରେ ୨ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପକୂଳର ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ଭାରତୀୟ ପାଣିପାଗ ବିଭାଗ (IMD) ସୂଚନା ଅନୁଯାୟୀ, ଲଘୁଚାପ ଯୋଗୁଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ ଜିଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ଜିଲାମାନଙ୍କରେ ମଧ୍ୟମ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ଆଶଙ୍କା ରହିଛି। ଭୁବନେଶ୍ୱରସ୍ଥିତ ଆଇଏମଡିର ଆଞ୍ଚଳିକ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ଓଡ଼ିଶା ଉପକୂଳରେ ସୃଷ୍ଟ ଲଘୁଚାପ ଯୋଗୁଁ କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ ଏବଂ ଆଗାମୀ କିଛି ଦିନ ମଧ୍ୟରେ ମୌସୁମୀ ରାଜ୍ୟର ଅନ୍ୟ ଅଞ୍ଚଳକୁ ଅଗ୍ରସର ହେବ।