Odisha Link
Bridging the Missing Links in Odisha

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ଵରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।