ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ବର: ନବୀନଙ୍କ ପଞ୍ଚମ ପାଳିର ପ୍ରଥମ ମନ୍ତ୍ରୀ ପରିଷଦ ବୈଠକ ଆଜି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ରାଜ୍ୟ ମନ୍ତ୍ରୀ ପରିଷଦର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଅପରାହ୍ନ ୫ଟା ୪୫ମିନିଟରେ ଏହି ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି। ବୈଠକରେ ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ଚିଠା ବଜେଟକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ଏହାସହ ବଜେଟରେ କେଉଁ କେଉଁ କ୍ଷେତ୍ରକୁ ପ୍ରାଧାନ୍ୟ ଦିଆଯିବ ତା’ ଉପରେ ବି ଆଲୋଚନା ହେବ। ବଜେଟର ଆକାର କେତେ ହେବ ତାହା ମଧ୍ୟ ଚୂଡ଼ାନ୍ତ ହେବ ବୋଲି ବାଳଇ ସୂଚନା ରହିଛି। ସୂୂଚନାଥାଉକି, ଜୁନ୍ ୨୮ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି।