କାଠଯୋଡ଼ି ନଦୀ ପଠାରୁ ମିଳିଲା ମୃତଦେହ

କଟକ: କଟକ କାଠଯୋଡ଼ି ପଠାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ।
ସୂଚନାଯୋଗ୍ୟ ଯେ, ଆଜି ସକାଳେ ନଦୀ ପଠାରେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ପୁଲିସ୍କୁ ଖବର ଦେଇଥିଲେ। ଖବର ପାଇ ବାଦାମବାଡ଼ି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ଘଟଣାର ତଦନ୍ତ କରୁଛି ପୁଲିସ୍। ନଦୀରେ ଗାଧୋଇବା ବେଳେ ବୁଡ଼ି ଯାଇ ମୃତ୍ୟୁ ଘଟିଥିବା କୁହାଯାଉଥିବାବେଳେ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ଭାବରେ ଜଣାପଡ଼ିନାହିଁ। ରାସ୍ତା ଉପରେ ସମ୍ପୃକ୍ତ ବ୍ୟକ୍ତିଙ୍କ ଗାଡ଼ି ଥିବା ଦେଖିବାକୁ ମିଳିଛି। ବ୍ୟକ୍ତି ଜଣକ ଗାଡ଼ି ରଖି ନଦୀକୁ ଗାଧୋଇବାକୁ ଯାଇଥିବାବେଳେ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି।