ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଜଣେ ଅଟକ

ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଗ୍ରାମବାସୀଙ୍କ ଦ୍ବାରା ଘଟଣାରେ ଜଣେ ଅଟକ ଥିବା ବେଳେ ୩ଜଣ ଫେରାର ଅଛନ୍ତି। ପରିବାର ପକ୍ଷରୁ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନାରେ ଅଭିଯୋଗ କରାଯାଇଛି।
ମିଳିଥିବା ସୂଚନା ଅନୁସାରେ, ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁବାର ଘରେ କେହି ନଥିବାର ସୁଯୋଗ ନେଇ ଦୁଷ୍କର୍ମ କରାଯାଇଥିବା ଅଭିଯୋ। ଗୁରୁତର ଅବସ୍ଥାରେ ନାବାଳିକାକୁ ପଟ୍ଟାମୁଣ୍ଡାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଘଟଣାରେ ଗ୍ରାମବାସୀମାନେ ଜଣ ଅଭିଯୁକ୍ତକୁ ଅଟକ ରଖିଥିବା ବେଳେ ୩ଜଣ ଫେରାର ଅଛନ୍ତି। ଘଟଣାରେ ପଟ୍ଟାମୁଣ୍ଡାଇ ଥାନା ତଦନ୍ତ ଜାରି ରଖିଛି।