ଯାଜପୁର: ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ୫୫

ଭୁବନେଶ୍ବର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଯାଜପୁର ଜିଲ୍ଲାର ସୂଚନା ରହିଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୦କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତ ଜଣକ କଲିକତା ଫେରନ୍ତା ଓ ସେ ୫୭ ବର୍ଷୀୟ ପୁରୁଷ ବୋଲି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଯାଜପୁରରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି।
ଅପରପକ୍ଷେ ବାଲେଶ୍ବରର ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।
ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ୧୮୦ରେ ପହଁଞ୍ଚିଛି। ଏମଧ୍ୟରୁ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୧ ଜଣ ସୁସ୍ଥ ହୋଇଛନ୍ତି। ୧୧୭ ଜଣ ସକ୍ରିୟ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।