ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ପୁଣି ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ମୟୂରଭଞ୍ଜର ବୋଲି ସୂଚନା ରହିଛି। ଫଲରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରେ ପ୍ରକାଶ ପାଇଛି ।
ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ମୟୂରଭଞ୍ଜର ୩୫ ବର୍ଷୀୟ ପୁରୁଷ ଏବଂ ସେ ସୁରତ ଫେରନ୍ତା ବୋଲି ସ୍ପଷ୍ଟ କରିଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।
ଆଜି ସକାଳେ ମୟୂରଭଞ୍ଜରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ପୁଣି ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୟୁରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଲା। ଗୋଟିଏ ଦିନରେ ହିଁ ମୟୂରଭଞ୍ଜରେ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଲରେ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଜୋନ ଘୋଷଣା କରିଛନ୍ତି ରାଜ୍ୟ ସରକାର।
ଆଜି ଗୋଟିଏ ଦିନରେ ଏବେ ସୁଦ୍ଧା ରାଜ୍ୟରେ ମୋଟ୍ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଆଜି ଭୁବନେଶ୍ୱରରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହା ସହ ବର୍ତମାନ ସୁସ୍ଥଙ୍କ ସଂଖ୍ୟା ୬୨ରେ ପହଞ୍ଚିଛି। ବର୍ତ୍ତମାନ ୧୪୧ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେୁଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟସଂଖ୍ୟା ୨କୁ ବୃଦ୍ଧି ପାଇଛି।