ଦେଶରେ ୬୦ ହଜାର ପାଖାପାଖି ପହଁଞ୍ଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ କରୋନା ଭାଇରସ୍ ସଂକ୍ରମଣକୁ ୧୦୦ ଦିନ ପୁରିଛି। କରୋନାକୁ ପ୍ରତିହତ କରିବା ବର୍ତ୍ତମାନ ସାରା ଦେଶରେ ୩ୟ ପର୍ଯ୍ୟାୟ ଲକ୍ଡାଉନ୍ ଜାରି ରହିଛି। ହେଲେ କିଛି ଦିନ ହେବ କ୍ରମାଗତ ଭାବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ୬୦ ହଜାର ପାଖାପାଖି ପହଁଞ୍ଚିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୩୩୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୯୫ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଏପରିକି
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୯,୬୬୨ରେ ପହଁଞ୍ଚିଛି। ସେମଧ୍ୟରୁ ୧୯୮୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୩୯,୮୩୪ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୧୭,୮୪୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହାକି ଏକ ଆଶ୍ବସ୍ତିକର ଖବର।