Odisha Link
Bridging the Missing Links in Odisha

ନୟାଗଡ଼: ଆଉ ୭ ଆକ୍ରାନ୍ତ ଚିହ୍ନଟ

ନୟାଗଡ଼: ରାଜ୍ୟରେ ଆଜି ସର୍ବାଧିକ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଁଞ୍ଚିଛି। ଏଥିସହିତ ନୟାଗଡ଼ ଜିଲ୍ଲାରୁ ଆଜି ଆଉ ୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ନୟାଗଡ଼ରେ ୭ଜଣ ଆକ୍ରାନ୍ତ ଚିହ୍ନଟ ହେବା ଫଳରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩ରେ ପହଁଞ୍ଚିଛି। ଜିଲ୍ଲାରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖା ବଢ଼ୁଥିବା ହେତୁ ଶନିବାର ଓ ରବିବାର ଜିଲ୍ଲା ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସରକାର।

ଜିଲ୍ଲାରେ ମୋଟ ୮୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି। ଆଉ ବାକି ୩୫ ଜଣ ଆକ୍ରାନ୍ତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।