ବାହୁଡ଼ିଗଲେ ବିଜୟ

ଭୁବନେଶ୍ବର: ଓଡ଼ିଆ ସିନେ ଜଗତର ଲୋକପ୍ରିୟ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ। ୭୦ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋାଇଛି। ଆଜି ଭୁବନେଶ୍ବରସ୍ଥିତ କେୟାର ହସ୍ପିଟାଲରେ ଚିକିତ୍ସିାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଶତାଧିକ ଓଡ଼ିଆ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରି ସିନେ ପ୍ରେମୀଙ୍କ ମନରେ ଘର କରିଥିବା ବିଜୟ ମହାନ୍ତି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି।
୧୯୫୦ ମସିହା ଏପ୍ରିଲ ୮ ତାରିଖରେ କେନ୍ଦ୍ରାପଡ଼ା ପାଣ୍ଡିରିରେ ଜନ୍ମଗ୍ରହଣ କରିଥିଲେ ସ୍ବର୍ଗତ ବିଜୟ। ମୟୂରଭଞ୍ଜ ବାରିପଦାରେ କଟିଥିଲା ତାଙ୍କ ଶୈଶବ। କଳାରେ ସ୍ନାତକ ପରେ ସେ ଅଭିନୟ ପ୍ରତି ଆଗ୍ରହୀ ହୋଇ ଦିଲ୍ଲୀ ସ୍ଥିତ ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମାରେ ଭର୍ତ୍ତି ହୋଇଥିଲା।
ନାସିରୁଦ୍ଦିନ ଶାହା, ରାଜ୍ ବବ୍ବର ଏବଂ ଓମ୍ ପୁରୀ ଥିଲେ ତାଙ୍କ ସହପାଠୀ। ଓଡ଼ିଆ ଚଳଚ୍ଚିତ୍ରରେ ତାଙ୍କର ଯାତ୍ରା ଆରମ୍ଭ ହୋଇଥିଲା ୧୯୭୭ର ଫିଲ୍ମ ଚିଲିକା ତୀରେରୁ। ଏଥିପାଇଁ ତାଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲା। ଏହାପରେ ନାଗଫାଶ, ସମୟ ବଡ଼ ବଳବାନ, ଦଣ୍ଡା ବାଳୁଙ୍ଗା, ସହରୀ ବାଘ, ଚକା ଭଉଁରୀ, ଚକାଆଖି ସବୁ ଦେଖୁଛି ଆଦି ଚଳଚ୍ଚିତ୍ରରେ ଅଭିନୟ କରି ବିପୁଳ ପ୍ରଶଂସା ସାଉଁଟିଥିଲେ।