କରୋନା: ଭୁବନେଶ୍ବରରେ ୫ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଅଣାୟତ୍ତ କରୋନା ସ୍ଥିତି। ଦିନକୁ ଦିନ ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ପୁଣି ରାଜଧାନୀ ଭୁବନେଶ୍ବରରୁ ଆଉ ୨୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୧୧୯ରେ ପହଁଞ୍ଚିଛି। ଏନେଇ ବିଏମ୍ ସି ପକ୍ଷରୁ ସୂଚନା ରହିଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୮୧ ଜଣ କ୍ବାରାଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୯୬ ଜଣ ସ୍ଥାନୀୟ ଆକ୍ରାନ୍ତ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ୧୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି।
ବର୍ତ୍ତମାନ ରାଜଧାନୀର ବିଏମ୍ସି ଅଞ୍ଚଳରେ ୫୧୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ମଧ୍ୟରୁ ୩୨୫୧ ଜଣ ସୁସ୍ଥ ହୋଇ ଫେରିିଥିବା ବେଳେ ୨୩ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ଏବେ ସୁଦ୍ଧା ୧୮୩୯ ଜଣ ସକ୍ରିୟ ଆକ୍ରାନ୍ତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
Comments are closed.