ହସ୍ପିଟାଲ୍ରେ ଭର୍ତ୍ତି ହେଲେ ମନ୍ତ୍ରୀ ପଦ୍ମିନୀ ଦିଆନ

ଜୟପୁର : ରାଜ୍ୟ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କୋଭିଡ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। କରୋନାରେ ଆକ୍ରାନ୍ତ ହେବା ପରେ ହୋମ୍ କ୍ୱାରେଣ୍ଟାଇନ୍ରେ ଥିବା ଶ୍ରୀମତି ଦିଆନଙ୍କୁ ଜୟପୁର କୋଭିଡ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାମୀ ସଦାଶିବ ଦିଆନଙ୍କୁ ମଧ୍ୟ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ସେପ୍ଟେମ୍ବର ୩ ତାରିଖରେ ଉଭୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା।
ପ୍ରକାଶ ଯେ, ରାଜ୍ୟରେ ଜଣକ ପରେ ଜଣେ ରାଜନେତା କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଏହି ତାଲିକାରେ ଯୋଡ଼ି ହୋଇଛନ୍ତି ରାଜ୍ୟ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ। ତାଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ପଦ୍ମିନୀ ହୋମ୍ ଆଇସୋଲେସନ୍ରେ ଥିଲେ।
ପଦ୍ମିନୀଙ୍କ ପୂର୍ବରୁ ବିଧାୟକ ଅନନ୍ତ ନାରାୟଣ ଜେନା, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ନିଳଗିରି ବିଧାୟକ ସୁକାନ୍ତ କୁମାର ନାୟକ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ପରି ବହୁ ରାଜନେତା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇସାରିଛନ୍ତି।