ରାଜଧାନୀରୁ ଆଉ ୬୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୩ ଜଣ କରୋନା ସଂକ୍ରମିତ। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୫ ଜଣ ରହିଥିବା ବେଳେ ୪୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହାସହ ୯୩ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୮୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୭୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୮୮୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୮୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି।