ସ୍କୁଲ ଫି’ ମାମଲା: ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର: ଆଜି ହାଇକୋର୍ଟ ସ୍କୁଲ ଫି’ ହ୍ରାସ ଆବେଦନ ମାମଲାର ଶୁଣାଣି କରିଛନ୍ତି। ଏହି ପ୍ରସଙ୍ଗରେ ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି। ରାଜ୍ୟ ସରକାର ସ୍କୁଲ ଫି କେତେ ହ୍ରାସ କରି ପାରିବେ ସେ ସମ୍ପର୍କରେ ଜଣାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସ୍କୁଲ ଫି’ ତେକେ ହ୍ରାସ କରି ହେବ ସେନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆସନ୍ତା ଡିସେମ୍ବର ୨ ତାରିଖ ଦିନ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି।