ରାଜ୍ୟରେ ନିଯୁକ୍ତି ପାଇବେ ୨ ହାଜରରୁ ଅଧିକ ଡାକ୍ତର

ଭୁବନେଶ୍ବର: ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆଜି ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ଆହୁରି ୨ ହଜାରରୁ ଅଧିକ ଡାକ୍ତରଙ୍କୁ ଦିଆଯିବ ନିଯୁକ୍ତି। ଓପିଏସସି ପକ୍ଷରୁ ଡାକ୍ତର ଓ ଦନ୍ତ ଚିକିତ୍ସକ ପଦବୀ ପୂରଣ କରାଯିବ।
ଡାକ୍ତର ପଦବୀ ପାଇଁ ବିଜ୍ଞାପନ ପ୍ରକାଶ ପାଇବ। ନୂଆ କରି ରାଜ୍ୟ ସରକାର ଗଢିଥିବା ୯ଟି ମେଡିକାଲ କଲେଜ ଗୁଡିକର ଭିତ୍ତିଭୂମିର ବିକାଶ କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଥିଲେ। ଏହାସହ ୫ଟି ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତଥା ୬ଟି ମୁଖ୍ୟ ଚିକିତ୍ସାଳୟର ଉନ୍ନତିକରଣ କାର୍ଯ୍ୟ ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ।