ବଢ଼ିପାରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ତାରିଖ!

ଭୁବନେଶ୍ବର: ବଢ଼ିପାରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ତାରିଖ। ଆସନ୍ତାକାଲି ଫର୍ମ ପୂରଣ ପାଇଁ ଶେଷ ତାରିଖ ଥିବା ବେଳେ ଆବଶ୍ୟକତା ଦେଖି ତାହାକୁ ଆଉ ଦୁଇରୁ ତିନି ଦିନ ବୃଦ୍ଧି କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ସୂଚନା ଦେଇଛନ୍ତି।
୨୦୧୯-୨୦ ଶିକ୍ଷାବର୍ଷ ରେ ନବମ ଶ୍ରେଣୀରେ ଅଧ୍ୟୟନ କରୁଥିବା ସମସ୍ତ ପିଲାଙ୍କୁ ଚଳିତ ୨୦୨୧ ମେ ମାସରେ ମାଟ୍ରିକ ବୋର୍ଡ ପରୀକ୍ଷା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିବା ପରେ ଫର୍ମ ପୂରଣ ତାରିଖ ବଢ଼ାଇବାର ଆବଶ୍ୟକତା ରହିଛି।
ତେଣୁ ଆସନ୍ତାକାଲି ଗୋଟିଏ ଦିନରେ ଯଦି ସମ୍ପୂର୍ଣ୍ଣ ଫର୍ମ ପୂରଣ ହୋଇ ନ ପାରିଲା ତେବେ ମାଧ୍ୟମିକ ଶିକ୍ଷା ପରିଷଦ ସହ ଆଲୋଚନା କରି ଆଉ ଦୁଇ ଦିନ ବୃଦ୍ଧି କରାଯିବା ନେଇ ପଦକ୍ଷେପ ନିଆଯାଇ ପାରେ ବୋଲି ମନ୍ତ୍ରୀ କହିଛନ୍ତି।