ଘୋଷଣା ହେଲା +୨ ପରୀକ୍ଷା ସୂଚୀ

ଭୁବନେଶ୍ବର: ଚଳିତ ବର୍ଷ +୨ ପରୀକ୍ଷା ପାଇଁ ସୂଚୀ ପ୍ରକାଶ ପାଇଛି। ଆସନ୍ତ ମେ ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ମେ ୧୮ରୁ ଜୁନ୍ ୧୨ ଯାଏଁ ଚାଲିବ ଯୁକ୍ତ ଦୁଇ ପରୀକ୍ଷା। କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗ ସହ ଧନ୍ଦାମୂଳକ ଶିକ୍ଷାର ହେବ ପରୀକ୍ଷା। ତେବେ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ମେ ୨୮ରୁ ଆରମ୍ଭ ହେବ।
ଜାତୀୟସ୍ତରର ପ୍ରବେଶିକା ପରୀକ୍ଷାକୁ ଗୁରୁତ୍ୱ ଦେଇ ବିଜ୍ଞାନ ବିଭାଗର ପରୀକ୍ଷାକୁ ଶୀଘ୍ର ଶେଷ କରିବାକୁ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଚଳିତବର୍ଷ ବିଜ୍ଞାନ ବିଭାଗରେ ଇଂରାଜୀ ବଦଳରେ ଫିଜିକ୍ସ ପରୀକ୍ଷା ପ୍ରଥମେ ହେବ।
ଏହାପୂର୍ବରୁ କରୋନା ମହାମାରୀକୁ ଦୃଷ୍ଟିରେ ଯୁକ୍ତ ୨ ପରୀକ୍ଷା ପାଇଁ ଭିନ୍ନ ରଣନୀତି ଆପଣାଇଥିଲା ଗଣଶିକ୍ଷା ବିଭାଗ। କରୋନାର ପ୍ରକୋପ କମିବା ମାତ୍ରେ +୨ ଛାତ୍ରଛାତ୍ରୀଙ୍କର କ୍ଲାସ ଆରମ୍ଭ ହୋଇଥିଲା।