Odisha Link
Bridging the Missing Links in Odisha

ପିପିଲି ଉପନିର୍ବାଚନ ପାଇଁ ଘୋଷଣା ହେଲା ସାନି ତାରିଖ, ମେ ୧୩ରେ ହେବ ଭୋଟ ଗ୍ରହଣ

ଭୁବନେଶ୍ବର: ପିପିଲି ଉପ ନିର୍ବାଚନ ନେଇ ଘୋଷଣା ହେଲା ସାନି ତାରିଖ। ଆସନ୍ତା ମେ ୧୩ ତାରିଖରେ ପଡିବ ପିପିଲି ଉପ ନିର୍ବାଚନ ଭୋଟ୍।

ଏଥିସହ ମେ ୧୩ ତାରିଖରେ ଭୋଟ୍ ପଡିବା ପରେ ଆସନ୍ତା ୧୬ ତାରିଖରେ ଭୋଟ୍ ଗଣତି କରାଯାଇ ରେଜଲ୍ଟ ଘୋଷଣା ହେବ ବୋଲି ସିଇଓ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି।

ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲିରେ ଉପ ନିର୍ବାଚନ ହେବାକୁ ଥିଲା। ଏଥିପାଇଁ ପ୍ରଥମେ ଏପ୍ରିଲ ୧୭ ତାରିଖ ଧାର୍ଯ୍ୟ ହୋଇଥିଲା। ହେଲେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇବା ପରେ ଉପ ନିର୍ବାଚନକୁ ସ୍ଥଗିତ ଘୋଷଣା କରାଯାଇଥିଲା।

ଏବେ ପୁଣି ଥରେ ଉପ ନିର୍ବାଚନ ନେଇ ସାନି ତାରିଖ ଘୋଷଣା କରାଯାଇଛି। ପିପିଲି ଉପ ନିର୍ବାଚନ ପାଇଁ କଂଗ୍ରେସ ହିଁ କେବଳ ନୂଆ ପ୍ରାର୍ଥୀ ଦେବ। ଅଜିତ ମଙ୍ଗରାଜଙ୍କ ବଦଳରେ ଦଳ କାହାକୁ ଟିକେଟ୍ ଦେଉଛି ତା ଉପରେ ନଜର ରହିବ। ତେବେ ବିଜେଡି ପକ୍ଷରୁ ରୁଦ୍ର ମହାରଥୀ ଓ ବିଜେପି ପକ୍ଷରୁ ଆଶ୍ରିତ ପଟ୍ଟନାୟକ ମଇଦାନକୁ ଓହ୍ଲାଇଛନ୍ତି।