Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୩୨୯ ଆକ୍ରାନ୍ତ ଚିହ୍ନଟ, ୯୩୩ ସୁସ୍ଥ

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ ହାର କମିବାରେ ଲାଗୁଛି। ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୨୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୩୮ ଜଣ। ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୪,୪୪୭।

ବର୍ତ୍ତମାନ ସୁଦ୍ଧା ମୋଟ ୭୯,୯୮୨ ଜଣ ସୁସ୍ଥ ହୋଇସାରିଛନ୍ତି। ୩୮୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ହଜାର ୬୩ ଆକ୍ଟିଭ୍ କେସ୍ ରହିଛି। ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୯୩୩ ଜଣ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.