Odisha Link
Bridging the Missing Links in Odisha

ବର୍ଷା ଆଶଙ୍କା, ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା। ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,ବଲାଙ୍ଗିର, ସୁବର୍ଣ୍ଣପୁର, ଅନୁଗୁଳ ଏବଂ ଦେବଗଡ଼।

ଏହି ସବୁ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ମଧ୍ୟ ରହିଛି। ମୁଖ୍ୟତଃ ଉତ୍ତର ଓଡ଼ିଶା ଆଭ୍ୟନ୍ତରୀଣ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।