Odisha Link
Bridging the Missing Links in Odisha

କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଶରୀରରେ ଲଗାତାର ଅକ୍ସିଜେନ୍‌ ଲେବଲ୍‌ କମି ଥିଲା। ପରେ ତାଙ୍କର ଆଇସିୟୁରେ ଚିକିତ୍ସା ଜାରି ରହିଥିଲା।

ଅକ୍ସିଜେନ୍ ଲେବଲ୍ ଲଗାତାର କମୁଥିବା ବେଳେ ଏଥିରେ ସୁଧାର ଆସିନଥିଲା। ପ୍ରଥମେ ଗୋଟିଏ ହସ୍ପିଟାଲରେ ୬ଦିନ ଚିକିତ୍ସା ପରେ ଆଉ ଏକ ହସ୍ପିଟାଲକୁ ତାଙ୍କୁ ଚିକିତ୍ସା ଲାଗି ସ୍ଥାନାନ୍ତର କରାଯାଇଥିଲା।

ମାତ୍ର ଶନିବାର ତପୁ ମିଶ୍ର ଜୀବନ ଯୁଦ୍ଧ​‌ରେ ହାରିଯାଇଛନ୍ତି। ଓଡ଼ିଶାର ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି।