ଆସନ୍ତା ୫ ଦିନ ଯାଏଁ ଜାରି ରହିବ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।