Odisha Link
Bridging the Missing Links in Odisha

ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ରଥଯାତ୍ରା। କୋଭିଡ କଟକଣା ମଧ୍ୟରେ ଶ୍ରୀକ୍ଷେତ୍ରରେ ପାଳନ ହେଉଛି ରଥଯାତ୍ରା। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି ଯେ, ଓଡ଼ିଶାର ସମସ୍ତ ଜନସାଧାରଣ ତଥା ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି । ଆଶା କରୁଛି ଯେ, ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତ ଦେଶବାସୀଙ୍କ ଜୀବନ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟରେ ପରିପୂର୍ଣ୍ଣ ରହିବ ।

ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ। ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।

କୋଭିଡ କଟକଣା ମଧ୍ୟରେ ବିନା ଭକ୍ତରେ ପାଳନ ହେଉଛି ରଥଯାତ୍ରା। ଶ୍ରୀକ୍ଷେତ୍ର ବ୍ୟତୀତ ଓଡ଼ିଶାର ଅନ୍ୟସ୍ଥାନ ଗୁଡ଼ିକରେ ରଥଯାତ୍ରାକୁ ଚଳିତ ବର୍ଷ ବାରଣ କରାଯାଇଛି। ସରକାରଙ୍କ ଗାଇଡଲାଇନକୁ ଦୃଷ୍ଟିରେ ରଖି ପୁରୀ ବ୍ୟତୀତ ଅନ୍ୟ ଜଗନ୍ନାଥ ମନ୍ଦିର ଭିତରେ କେବଳ ନୀତିକାନ୍ତିର ଆୟୋଜନ କରାଯାଉଛି।