Odisha Link
Bridging the Missing Links in Odisha

ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର: ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହେବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ହେବ ବୈଠକ। ଆଜି ସନ୍ଧ୍ୟାରେ ପ୍ରାୟ ୧୨ଟି ପ୍ରସ୍ତାବ ଉପରେ ମୋହର ଲାଗିପାରେ। ଏନେଇ ବିଶେଷ ସୂତ୍ରରୁ ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବିକ, ଶ୍ରୀକ୍ଷେତ୍ର ପରିକ୍ରମା ଯୋଜନାକୁ ଅନୁମୋଦନ ମିଳିବ । ସେହିପରି ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ ନିଷ୍ପତ୍ତି ଉପରେ ମୋହର ଲାଗିପାରେ । ନିଯୁକ୍ତି ସର୍ତ୍ତାବଳୀ, ନଗର ଉନ୍ନୟନ ବିଭାଗର କିଛି ଏଜେଣ୍ଡା ଓ ପାନୀୟ ଜଳ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ ମିଳିବ ବୋଲି ସୂଚନା ରହିଛି ।

ସେହିପରି ପୂର୍ତ୍ତ ବିଭାଗର କିଛି ପ୍ରକଳ୍ପ ଉପରେ ମଧ୍ୟ ମୋହର ବାଜିବ । ଭାରତୀୟ ହକି ଦଳର ଅଲିମ୍ପିକ୍ସରେ ସଫଳତା ପରେ ରାଜ୍ୟ ସରକାର କ୍ରୀଡ଼ା ସଂପର୍କିତ ଏକ ବଡ଼ ନିଷ୍ପତ୍ତି ନେବାର ଯଥେଷ୍ଟ ସମ୍ଭାବନା ରହିଛି । ଭର୍ଚୁଆଲ ମୋଡରେ ଏ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହେବ।