Odisha Link
Bridging the Missing Links in Odisha

ଥମୁନି ମୃତ୍ୟୁସଂଖ୍ୟା: କରୋନା ନେଲା ଆଉ ୬୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୮୮୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୦୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ ରହିଛନ୍ତି। ଝାରସୁଗୁଡ଼ା, କଳାହାଣ୍ଡି, ସୋନପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୭୯୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏଥିମଧ୍ୟରୁ ୧୧୪୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୯୯୧୬ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୬୫୦୧ ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।

 

Leave A Reply

Your email address will not be published.