Odisha Link
Bridging the Missing Links in Odisha

ବର୍ଷା ଆଶଙ୍କା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୪ ଦିନ ଯାଏ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଦୁର୍ବଳ ଥିଲେ ବି ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୧୭ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ୧୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ SRC ଚିଠି ଲେଖିଛନ୍ତି। ଆଜି ଏବଂ କାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଛି। ୧୩ ଏବଂ ୧୪ ତାରିଖରେ ଏହା ସାମାନ୍ୟ କମିପାରେ। ଏହା ପରେ ପୁଣି ବର୍ଷା ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।