Odisha Link
Bridging the Missing Links in Odisha

ଚିଟ୍‌ଫଣ୍ଡ ଲିଙ୍କରେ ପୂର୍ବତନ ବିଧାୟକ ଗିରଫ

ଭୁବନେଶ୍ବର: ଚିଟ୍‌ଫଣ୍ଡ ଲିଙ୍କରେ ପୂର୍ବତନ ବିଧାୟକ ଗିରଫ। ବିଶାଖାପାଟଣା ପଶ୍ଚିମ ଜୋନ୍‌ର ପୂର୍ବତନ ବିଧାୟକ ତଥା ୱାଇଏସ୍‌ଆର୍‌ସିପି ନେତା ମଲ୍ଲା ବିଜୟ ପ୍ରସାଦଙ୍କୁ ଗିରଫ କରିଛି ଓଡ଼ିଶା ପୁଲିସ। ୨୦୧୯ ଚିଟ୍‌ଫଟ୍‌ ମାମଲାରେ ତାଙ୍କର ସମ୍ପୃକ୍ତି ଥିବା ଅଭିଯୋଗରେ ବିଶାଖାପାଟନାରୁ କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ତାଙ୍କୁ ଗିରଫ କରିଥିବା ନେଇ ସୂଚନା ମିଳିଛି।

ସୂଚନା ମୁତାବକ, ସୋମବାର କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ଏବଂ ବିଶାଖାପାଟଣା ପୁଲିସ ମିଳିତ ଭାବେ ଭାଇଜାଗ ସ୍ଥିତ ଏମ୍‌ଭି ପ୍ରସାଦଙ୍କ ଘରେ ରେଡ୍‌ କରିଥିଲା। ଚଢ଼ାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି। ଏଥିସହ ଘରେ ଚଢ଼ଉ କରି ପ୍ରାୟ ୪୫ ଲକ୍ଷ ଟଙ୍କା ଜବତ କରିଛି କ୍ରାଇମବ୍ରାଞ୍ଚ।

ଏମ୍.ଭି. ପ୍ରସାଦଙ୍କ ୱେଲଫେର ଗ୍ରୁପ ଅଫ୍ କମ୍ପାନି ନାଁରେ ୧୨ ଶହ କୋଟି ଟଙ୍କା ଠକେଇ ଅଭିଯୋଗ ହୋଇଛି। ଓଡ଼ିଶା, ଆନ୍ଧ୍ର, ଛତିଶଗଡ଼ ଆଦି ଅଞ୍ଚଳରୁ ଶହ ଶହ ହିତାଧିକାରୀଙ୍କଠାରୁ କମ୍ପାନି ଟଙ୍କା ଠକେଇ କରିଥିବା ଅଭିଯୋଗ ରହିଛି। ୨୦୦୧ରେ ଏହି କମ୍ପାନୀ ବିଭିନ୍ନ ଅଞ୍ଚଳରେ ଶାଖା ଖୋଲି ଲୋକଙ୍କଠୁ ଟଙ୍କା ଆଦାୟ କରିଥିଲା। ପରେ ଏହି କମ୍ପାନି ଲୋକଙ୍କୁ ଟଙ୍କା ଫେରାଇ ନଥିବା ଅଭିଯୋଗ ରହିଛି।