Odisha Link
Bridging the Missing Links in Odisha

ଚିଲିକା ବିଧାୟକ ଗିରଫ

ଓଏଲ୍‌ ବ୍ୟୁରୋ: ହସ୍ପିଟାଲରୁ ଡିସଚାର୍ଜ ହେଉ ହେଉ ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ପ୍ରଶାନ୍ତଙ୍କୁ ଗିରଫ କରିବାପରେ ଭୁବନେଶ୍ବର କୋର୍ଟରେ ତାଙ୍କୁ ହଜାର କରାଯିବ। ପରେ ତାଙ୍କୁ ବାଣପୁର କୋର୍ଟକୁ ନି୍ଆଯିବ। ପ୍ରଶାନ୍ତଙ୍କ ଗିରଫ ନେଇ ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ।

ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଚାଲିଥିବା ବେଳେ ବାଣପୁର ବ୍ଲକ ଅଫିସ୍‌ ସମ୍ମୁଖରେ ସାଧାରଣ ଜନତାଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ ପ୍ରଶାନ୍ତ ଜଗଦ୍ଦେବ। ଯାହାଫରେ ସାଧାରଣ ଜନତାଙ୍କ ସମେତ ପୁଲିସ୍‌ କର୍ମଚାରୀ ଗୁରୁତର ଆହତ ହୋଇଥିଲେ। ଏହା ପରେ ତାତି ଥିଲେ ସ୍ଥାନୀୟ ଲୋକେ। ବିଧାୟକଙ୍କୁ ତାଙ୍କ ଗାଡ଼ିରୁ ଟାଣି ଆଣି ପ୍ରବଳ ମାଡ଼ ମାରି ଲହୁଲୁହାଣ କରିଦେଇଥିଲେ।

ଏହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରରେ ଏକ ପ୍ରାଇଭେଟ୍‌ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା

Leave A Reply

Your email address will not be published.