Odisha Link
Bridging the Missing Links in Odisha

ବାଲେଶ୍ୱରରେ ୧୮୦୬କୋଟି ଟଙ୍କାର ୧୯୧ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୫୬୦୦ ଏସଏଚଜି ଗ୍ରୁପକୁ ୨୨୦ କୋଟି ଟଙ୍କାର ସହାୟତା ପ୍ରଦାନ

ଓଏଲ୍‌ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ୱର ଗସ୍ତରେ ଆସିଥିଲେ। ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ପୋଲିସ ରିଜର୍ଭ ପଡ଼ିଆରେ ପହଞ୍ଚିବା ପରେ ସୋମନାଥପୁର ରେଳ ଓଭର ବ୍ରିଜ ଉଦଘାଟନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ କଡା ସୁରକ୍ଷା ମଧ୍ୟରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ।୧୮୦୬କୋଟି ଟଙ୍କାର ୧୯୧ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।

୫୬୦୦ ଏସଏଚଜି ଗ୍ରୁପକୁ ୨୨୦ କୋଟି ଟଙ୍କାର ସହାୟତା ପ୍ରଦାନ କରିବା ସହ ‘ୱାନ ପଞ୍ଚାୟତ, ୱାନ ପ୍ରଡକ୍ଟ’ର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଶିଳ୍ପ ବିକାଶରେ ମା ମାନେ ନୂଆ ଇତିହାସ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଆଶା ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ୫ ବର୍ଷରେ ମା ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ଋଣ ଦିଆଯିବ।

ଶିକ୍ଷା, ସାହିତ୍ୟ, ଶିଳ୍ପ, କୃଷି, ଭିତ୍ତିଭୂମି ସହ ସବୁ କ୍ଷେତ୍ରରେ ବାଲେଶ୍ବର ଆଗୁଆ ଥିବାବେଳେ ଆଜିର କାର୍ଯ୍ୟକ୍ରମ ବିକାଶରଏହି ଧାରାକୁ ଆହୁରି ଆଗକୁ ନେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଧାୟକଗଣ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିବାବେଳେ ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.