୯ଟି ଜିଲ୍ଲାରେ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ

ଭୁବନେଶ୍ୱର: ରାଜ୍ୟର ୯ଟି ଜିଲ୍ଲାକୁ ବଜ୍ରପାତ ନେଇ ପୂର୍ବାନୁମାନ କରି ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବ ସହିତ କାଳବୈଶାଖୀର ଆଶଙ୍କା ରହିଥିବା ନେଇ ପାଣିପାଗ କେନ୍ଦ୍ର ସତର୍କ କରିଛି।
କାଳବୈଶାଖୀ ସାମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।