Odisha Link
Bridging the Missing Links in Odisha

ଉପଜିଲ୍ଲାପାଳଙ୍କୁ ଆକ୍ରମଣ ଘଟଣା : ଗିରଫ ହେଲେ ୧୦ରୁ ଊର୍ଦ୍ଧ୍ୱ ଅଭିଯୁକ୍ତ

ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ବାଲେଶ୍ଵର ଏସ୍‌ପି ଓ ଜିଲ୍ଲାପାଳ ପହଞ୍ଚି ଉଭୟଙ୍କୁ ଦେଖାକରିବା ସହ ସ୍ଥିତିକୁ ଅନୁଧ୍ୟାନ କରିଥିଲେ

ଓଏଲ୍‌ ବ୍ୟୁରୋ : ଜିଲ୍ଲା ପ୍ରଶାସନ ପକ୍ଷରୁ କାଲି ଫିଲାଡି କଣ୍ଟାବଣିଆ ନିକଟ ବୁଢାବଳଙ୍ଗ ନଦୀରେ ଏକ ବେଆଇନ ବାଲିଘାଟରେ ଚଢ଼ଉ କରିବାକୁ ଯାଇ ବାଲେଶ୍ଵର ଉପଜିଲ୍ଲାପାଳ କୁନାଲ ମୋତିରାମ ଚୌହାନ ଏବଂ ତାଙ୍କ ଡ୍ରାଇଭର ପ୍ରାଣାନ୍ତକ ଆକ୍ରମଣର ଶିକାର ହୋଇଥିଲେ। ଏହାପରେ ମାଫିଆମାନେ ଛତ୍ରଭଙ୍ଗ ଦେଇ ଫେରାର ହୋଇଥିଲେ। ପରେ ପୁଲିସ ଘଟଣାର ତଦନ୍ତ କରି ୧୦ରୁ ଊର୍ଧ୍ୱ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣା ପଡିଛି।

ସୂଚନା ଅନୁସାରେ, ପ୍ରାଣାନ୍ତକ ଆକ୍ରମଣର ଶିକାର ହେଲା ପରେ ଉଭୟ ଉପଜିଲ୍ଲାପାଳ ଓ ଡ୍ରାଇଭରଙ୍କୁ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଘଟଣାସ୍ଥଳରୁ ପୁଲିସ୍ ଉପଜିଲ୍ଲାପାଳଙ୍କ ଗାଡ଼ି ଓ ଅବକାରୀ ଗାଡ଼ିକୁ ଉଦ୍ଧାର କରିଥିଲା। ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ବାଲେଶ୍ଵର ଏସ୍‌ପି ଓ ଜିଲ୍ଲାପାଳ ପହଞ୍ଚି ଉଭୟଙ୍କୁ ଦେଖାକରିବା ସହ ସ୍ଥିତିକୁ ଅନୁଧ୍ୟାନ କରିଥିଲେ। ଏହାସହ ଘଟଣାସ୍ଥଳରେ ଏକ ପୁଲିସ୍ ଟିମ୍ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଥିଲା। ଆକ୍ରମଣକାରୀଙ୍କୁ ଚିହ୍ନଟ କରି ଗିରଫ କରାଯାଇଥିବା ଜଣା ପଡିଛି।

Leave A Reply

Your email address will not be published.