Odisha Link
Bridging the Missing Links in Odisha

ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ତ୍ରିପାଠୀ ବିଜେପି ପ୍ରାର୍ଥୀ

ଓଏଲ୍‌ ବ୍ୟୁରୋ: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲେ ଭାରତୀୟ ଜନତା ପାର୍ଟି। ବିଜେପି ଟଙ୍କଧର ତ୍ରିପାଠୀଙ୍କୁ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ କରିଛି। ନିକଟରେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ଟଙ୍କଧର ତ୍ରିପାଠୀ ଦଳୀୟ ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଥିଲେ।

ଏହାପୂର୍ବରୁ ବିଜେଡି ଝାରସୁଗୁଡା ଉପ-ନିର୍ବାଚନ ପାଇଁ ନିଜର ପ୍ରାର୍ଥୀ ଘୋଷଣା କରିଛି । ସ୍ୱର୍ଗତଃ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କ ଦଳ ଏଠାରେ ପ୍ରାର୍ଥୀ କରିଛି । ଅନ୍ୟପଟେ କଂଗ୍ରେସ ତରୁଣ ପାଣ୍ଡେଙ୍କୁ ଦଳୀୟ ପ୍ରାର୍ଥୀ କରିଛି।। ଆସନ୍ତା ମେ’୧୦ରେ ଝାରସୁଗୁଡା ଉପ-ନିର୍ବାଚନ ହେବ । ମେ’ ୧୩ରେ ଭୋଟ ଗଣତି ହେବ । ୨୧ରୁ ୨୩ ମଧ୍ୟରେ ପ୍ରାର୍ଥୀ ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହେବ । ଏପ୍ରିଲ୍‌ ୨୪ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ।