Odisha Link
Bridging the Missing Links in Odisha

ଉପରମୁହାଁ ରହିବ ପାରଦ, ପୁଣି ବଢିବ ତାତି

ଆଜି ଲଘୁଚାପର ରୂପ ନେଇଛି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ।

ଓଏଲ୍‌ ବ୍ୟୁରୋ: ପୁଣି ଅସହ୍ୟ ହେଲାଣି ତାତି। ବଢ଼ିବାରେ ଲାଗିଛି ତାପମାତ୍ରା। ଆହୁରି ମଧ୍ୟ ଅତ୍ୟଧିକ ତାତି ଅନୁଭୂତ ହେବ ବୋଲି ସୂଚନା ମିଳିଛି। ୨ରୁ ୩ ଡିଗ୍ରୀ ଯାଏ ବଢ଼ିବ ଦିନ ତାପମାତ୍ରା। କିଛି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ। ୪ରୁ ୫ ଦିନ ପାଇଁ ପାରଦ ଉପରମୁହାଁ ରହିବ। ତାତି ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଦେଇଛି।

ଅନ୍ୟପଟେ, ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସୂଚନା। ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ନେଲା ଲଘୁଚାପ ରୂପ। ଆଜି ଲଘୁଚାପର ରୂପ ନେଇଛି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ।

ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଥିବାବେଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା ରହିଛି। ତେବେ ଏହି ଲଘୁଚାପ ନେଇପାରେ ଅବପାତର ରୂପ। ଏହାପରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବ ଓଡିଶା ଉପରେ ପଡିବ କି ନାହିଁ ସ୍ପଷ୍ଟ ସୂଚନା ମିଳିନାହିଁ।