Odisha Link
Bridging the Missing Links in Odisha

ଆଜି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ଫଳାଫଳ, ଜାଣନ୍ତୁ ଛାତ୍ରଛାତ୍ରୀ କେମିତି ଜାଣିବେ ରେଜଲ୍ଟ

ଅପରାହ୍ନ ୪ଟାରେ ଏହି ରେଜଲ୍ଟ ବାହାରିବ।

ଓଏଲ୍‌ ବ୍ୟୁରୋ: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଫଳାଫଳ। ଅପରାହ୍ନ ୪ଟାରେ ଏହି ରେଜଲ୍ଟ ବାହାରିବ। ଛାତ୍ରଛାତ୍ରୀ ନିଜର ଫଳାଫଳ ଜାଣିବା ପାଇଁ orissaresults.nic.in କିମ୍ବା chseodisha.nic.in ୱେବସାଇଟରେ ଯାଇ ଚେକ କରିପାରିବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତ ୩୧ ତାରିଖରେ ପ୍ରକାଶ ପାଇଥିଲା ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ।

ଖବର ଅନୁସାରେ, ମାର୍ଚ୍ଚ ୧ ତାରିଖରୁ ଯୁକ୍ତ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏପ୍ରିଲ୍ ୫ ତାରିଖରେ ଶେଷ ହୋଇଥିଲା। ସେହିପରି ଏପ୍ରିଲ୍ ୧୦ ତାରିଖରେ ଖାତା ଦେଖା ଆରମ୍ଭ ହୋଇଥିଲା। ରେଜଲ୍ଟ ପ୍ରକାଶ ପାଇବା ନେଇ ପୂର୍ବରୁ ସିଏଚଏସିସି, ପରୀକ୍ଷା ନିୟନ୍ତ୍ରକ ବିଧିବଦ୍ଧ ଭାବେ ଘୋଷଣା କରିଥିଲେ।