ପ୍ରକାଶ ପାଇଲା +୨ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା: ୭୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ମନୋନୀତ
ନାମଲେଖା ପ୍ରକ୍ରିୟା ଜୁଲାଇ ୨୯ ତାରିଖ ସୁଦ୍ଧା ଶେଷ କରାଯିବ।

ଓଏଲ୍ ବ୍ୟୁରୋ: ମାଟ୍ରିକରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ଚଳିତ ବର୍ଷର ଯୁକ୍ତଦୁଇ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଛି। ଏହି ମେଧା ତାଲିକାରେ ମୋଟ ୭୦ ହଜାର ୧୦୫ ଛାତ୍ରଛାତ୍ରୀ ମନୋନୀତ ହୋଇଥିବା ସୂଚନା ରହିଛି। ମେଧା ତାଲିକାରେ ସ୍ଥାନ ପାଇଥିବା ମୋଟ ୭୦ ହଜାର ୧୦୫ ଛାତ୍ରଛାତ୍ରୀଙ୍କ ମଧ୍ୟରୁ କଳାରେ ୪୯ ହଜାର ୭୦ ଛାତ୍ରଛାତ୍ରୀଙ୍କୁ ଇଣ୍ଟିମମେସନ୍ ମିଳିଛି। ବାଣିଜ୍ୟରେ ୩ ହଜାର ୧୮୨ ଓ ବିଜ୍ଞାନରେ ୧୬ ହଜାର ୯୨୭ ଛାତ୍ରଛାତ୍ରୀଙ୍କୁ ଇଣ୍ଟିମମେସନ୍ ମିଳିଛି।
ସୂଚନା ଅନୁସାରେ, ମାଟ୍ରିକରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନେ ନାମଲେଖା ପାଇଁ ସାମ୍ସ୍ ପୋର୍ଟାଲରେ ଅନଲାଇନ ଆବେଦନ କରିଥିଲେ। ମେ ୨୯ରୁ ନାମଲେଖା ଆବେଦନ ଆରମ୍ଭ ହୋଇଥିବା ବେଳେ ଜୁନ୍ ୩୦ରେ ଶେଷ ହୋଇଥିଲା। ନାମଲେଖା ପ୍ରକ୍ରିୟା ଜୁଲାଇ ୨୯ ତାରିଖ ସୁଦ୍ଧା ଶେଷ କରାଯିବ। ଅଗଷ୍ଟ ୧ ତାରିଖରୁ ପାଠପଢ଼ା ଆରମ୍ଭ ହେବା ନେଇ ସୂଚନା ଜାରି ହୋଇଛି।