ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ, ଉପରମୁହାଁ ତାପମାତ୍ରା ମିଟର
ଆଗାମୀ ୪ ରୁ ୫ଦିନ ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିବାର ସମ୍ଭାବନା

ଓଏଲ୍ ବ୍ୟୁରୋ: ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ହୋଇଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହ ରାଜ୍ୟରେ କୌଣସି ପାଣିପାଗ ପ୍ରକ୍ରିୟା ସକ୍ରିୟ ନଥିବା ତଥା ମୌସୁମୀ ନିମ୍ନଚାପ ରେଖା ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ, ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମୌସୁମୀ ଦୁର୍ବଳ ରହିବା ସହ ହାରାହାରି ୪.୭ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୯.୮ ମିମି ତୁଳନାରେ ୫୨% କମ ରହିଛି |
— Meteorological Centre, Bhubaneswar (@mcbbsr) August 11, 2023
ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମୌସୁମୀ ଦୁର୍ବଳ ରହିବା ସହ ହାରାହାରି ୪.୭ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୯.୮ ମିମି ତୁଳନାରେ ୫୨ ପ୍ରତିଶତ କମ ରହିଛି। ଆଗାମୀ ୪ ରୁ ୫ଦିନ ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିବାର ସମ୍ଭାବନା ଥିବାରୁ ବଡ଼ ବର୍ଷାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।