ଚନ୍ଦ୍ରରେ ବୁଲୁଛି ରୋଭର ‘ପ୍ରଜ୍ଞାନ’, ଚନ୍ଦ୍ରପୃଷ୍ଠରୁ ମିଳିବ ରହସ୍ୟମୟ ତଥ୍ୟ!
ମହାକାଶ ଅନୁସନ୍ଧାନର ଇତିହାସ ପୃଷ୍ଠାରେ ଇସ୍ରୋ ଯୋଡ଼ିଛି ଏହି ସ୍ୱର୍ଣ୍ଣିମ ଅଧ୍ୟାୟ।

ଓଏଲ୍ ବ୍ୟୁରୋ: ସାରା ବିଶ୍ବ ଦେଖିଲା ଭାରତର ପରାକ୍ରମ। ଦେଶର ଗଳିକନ୍ଦିରେ ଉତ୍ସବର ମାହୋଲ। ସବୁଠି ଖୁସି ଆଉ ଖୁସି। କାରଣ ଇତିହାସ ରଚିଛି ଇସ୍ରୋ। ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ କରିଛି ସଫ୍ଟ ଲ୍ୟାଣ୍ଡିଂ। ଏହି ସଫଳତା ପରେ ଭାରତର ଚନ୍ଦ୍ରଯାତ୍ରା ସ୍ୱପ୍ନ ସାକାର ହୋଇଛି। ଆଉ ବିଶ୍ୱର ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ ପହଞ୍ଚିଛି ଭାରତ। ଏହା ପରେ ମିଶନ ଚନ୍ଦ୍ରୟାନ-୩କୁ ନେଇ ଇସ୍ରୋ ଟ୍ୱିଟ୍ କରିଛି। ଲ୍ୟାଣ୍ଡରରୁ ଅଲଗା ହେଲା ରୋଭର ‘ପ୍ରଜ୍ଞାନ’। ଅଲଗା ହେବା ପରେ ଚନ୍ଦ୍ରରେ ବୁଲୁଛି ‘ପ୍ରଜ୍ଞାନ’। ଚନ୍ଦ୍ର ପୃଷ୍ଠରେ ତଥ୍ୟ ସଂଗ୍ରହ କରିବା ପାଇଁ ରୋଭର ଘୁରି ବୁଲୁଛି।
Chandrayaan-3 Mission:
Chandrayaan-3 ROVER:
Made in India 🇮🇳
Made for the MOON🌖!The Ch-3 Rover ramped down from the Lander and
India took a walk on the moon !More updates soon.#Chandrayaan_3#Ch3
— ISRO (@isro) August 24, 2023
ସୂଚନା ଅନୁସାରେ, ଦୁଇ ଦୁଇଟି ପରୀକ୍ଷଣ ବିଫଳ ହେବା ପରେ ଶେଷରେ ଇସ୍ରୋର ତୃତୀୟ ପ୍ରଚେଷ୍ଟା ସଫଳ ହୋଇଛି। ଗତକାଲି ସନ୍ଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ ଲ୍ୟାଣ୍ଡର ବିକ୍ରମର ନରମ ଅବତରଣ ହୋଇଛି। ଏହାପରେ ରୋଭର ପ୍ରଜ୍ଞାନ ଲ୍ୟାଣ୍ଡରଠୁ ଅଲଗା ହୋଇଯାଇଛି। ମହାକାଶ ଅନୁସନ୍ଧାନର ଇତିହାସ ପୃଷ୍ଠାରେ ଇସ୍ରୋ ଯୋଡ଼ିଛି ଏହି ସ୍ୱର୍ଣ୍ଣିମ ଅଧ୍ୟାୟ।
ଆଜିଠୁ ୧୪ ଦିନ ପର୍ଯ୍ୟନ୍ତ ଚନ୍ଦ୍ରପୃଷ୍ଠରେ ଘୂରି ବୁଲିବ ରୋଭର୍। ଏହି ସମୟରେ ଇସ୍ରୋ ଆଶା କରୁଥିବା ଚନ୍ଦ୍ରପୃଷ୍ଠର ବିଭିନ୍ନ ସୂଚନା ପଠାଇବ। ଜହ୍ନ ରାଇଜରେ ଜଳର ଅନୁସନ୍ଧାନ ସହ ବାୟୁମଣ୍ଡଳୀୟ ସୂଚନା ମଧ୍ୟ ଦେବ ରୋଭର୍। ଜହ୍ନରେ ଜଳର ଉପସ୍ଥିତି ଭବିଷ୍ୟତ ମୁନ୍ ମିଶନ୍ ପାଇଁ ସହାୟକ ହେବ ବୋଲି ଆଶା କରାଯାଉଛି। ଏଠାରେ ଥିବା ଜଳ ପାନୀୟ ଭାବରେ ବ୍ୟବହାର ହୋଇପାରିବ କି ନାହିଁ, ଏଠାରେ ଅମ୍ଳଜାନ ପ୍ରସ୍ତୁତି କରାଯାଇ ପାରିବ କି ନାହିଁ, ଏଭଳି ବିଭିନ୍ନ ଦିଗ ଉପରେ ଅନୁସନ୍ଧାନ କରିବ ଇସ୍ରୋ। ତେବେ ଜୁଲାଇ ୧୪ରେ ଏହା ଶ୍ରୀହରିକୋଟାରେ ଉତକ୍ଷେପଣ ହୋଇଥିଲା। ବୈଜ୍ଞାନିକ ମାନଙ୍କର ଦୀର୍ଘ ଦିନର ପରିଶ୍ରମରେ ସଫଳ ଅବତରଣ ହୋଇଛି।